ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଜଳ ଭଣ୍ଡାରର ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଆଜି ସକାଳେ ଜଳ ପତ୍ତନ ୬୧୫.୫୨ ଫୁଟରେ ପହଞ୍ଚିଛି। ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୯୦ ହଜାର ୩୬୪ କ୍ୟୁସେକ୍ ପାଣି ପଶୁଥିବାବେଳେ ୧୮ ହଜାର ୮୫୭ କ୍ୟୁସେକ ପାଣି ନିଷ୍କାସନ ହେଉଛି।
ଜଳ ବିଦ୍ୟୁତ କେନ୍ଦ୍ର ମାଧ୍ୟମରେ ୧୫ ହଜାର ୧୩୨ କ୍ୟୁସେକ୍ ପାଣି ବାହାରୁଛି। ସେହିପରି କେନାଲ ବାଟେ ୩ ହଜାର ୫୫୫ କ୍ୟୁସେକ୍ ପାଣି ଛଡ଼ା ଯାଉଥିବାବେଳେ ବିଭିନ୍ନ କଳ କାରଖାନାକୁ ୧୭୦ କ୍ୟୁସେକ ପାଣି ଯୋଗାଇ ଦିଆଯାଉଛି। ବର୍ଷା ଲାଗି ରହିଥିବାରୁ ୧୪ ତାରିଖରେ ଜଳ ଭଣ୍ଡାରର ଗେଟ୍ ଖୋଲାଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ କହିଛନ୍ତି। ଏଥିପାଇଁ ତଳ ମୁଣ୍ଡର ଲୋକଙ୍କୁ ସଚେତନ କରାଯାଉଛି। ସତର୍କ ରହିବାକୁ ଓ ନଦୀ ଶଯ୍ୟାରୁ ଦୂରେଇ ରହିବାକୁ ମାଇକ୍ରେ ପ୍ରଶାସନ ପ୍ରଚାର କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।