Advertisment

ଖୋଲିଲା ହୀରାକୁଦ ଗେଟ୍‌

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମ୍‌ରୁ  ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟକ୍ରମେ ଆଉ ୬ଟି ଗେଟ୍ ଖୋଲିଲା। ବର୍ତ୍ତମାନ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲା ଯାଇଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଛି […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ଖୋଲିଲା ହୀରାକୁଦ ଗେଟ୍‌

sambalpur

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମ୍‌ରୁ  ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟକ୍ରମେ ଆଉ ୬ଟି ଗେଟ୍ ଖୋଲିଲା। ବର୍ତ୍ତମାନ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

Advertisment

ଉପରମୁଣ୍ଡରେ ବର୍ଷା ଯୋଗୁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲା ଯାଇଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଛି । ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଛି।