ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି କଲା ବେଳେ ଘଟିଲା ଅଘଟଣ। ଚାଲିଗଲା ଜଣେ ହୋମ୍ଗାର୍ଡଙ୍କ ଜୀବନ। ଜଣେ କନଷ୍ଟେବଲ୍ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଦୁଃଖଦ ଘଟଣା ଆଜି ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଫାଣ୍ଡିରେ।
୭୫ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଫାଣ୍ଡି ପରିସରରେ ଆଜି ସକାଳେ ଚାଲିଥିଲା ପ୍ରସ୍ତୁତି। ପତାକା ଉତ୍ତୋଳନ ପାଇଁ ଏକ ଲୁହା ଖୁଣ୍ଟ ପୋତିବା ବେଳେ ତାହା ନିକଟସ୍ଥ ୧୧ କେଭି ବିଦ୍ୟୁତ୍ ତା’ର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଜଣେ ହୋମ୍ଗାର୍ଡ ଓ ଜଣେ କନଷ୍ଟେବଲ୍ଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା।
ବିଦ୍ୟୁତ୍ ଆଘାତ ଲାଗିବା ପରେ ଘଟଣାସ୍ଥଳରେ ହିଁ ହୋମ୍ଗାର୍ଡଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଗୁରୁତର ଥିବା କନଷ୍ଟେବଲ୍ଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।