ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ବିଳମ୍ବିତ ରାତିରେ ରାଜଧାନୀରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପିଏମ୍ଜି ଛକ ଫୁଟପାଥରେ ରହୁଥିବା ଏକ ପରିବାରକୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରେ ସ୍ୱାମୀର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦମ୍ପତିଙ୍କ ପରିଚୟ ମିଳିପାରି ନାହିଁ। ସେମାନଙ୍କ ଛୋଟ ପିଲାଟି ସୁସ୍ଥ ଥିବା ଜଣାପଡ଼ିଛି। ତାକୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି।
ଆଜି ସକାଳେ ପିଏମ୍ଜି ଛକ ଫୁଟପାଥରେ ଥିବା ଏଟିଏମ୍ ସମ୍ମୁଖରେ ଏହି ଦମ୍ପତି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବାବେଳେ ପିଲାଟି ସେମାନଙ୍କ ପାଖରେ ଥିଲା। ସ୍ଥାନୀୟ ଦୋକାନୀ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଗୁରୁତର ଅବସ୍ଥାରେ ପଡ଼ିଥିବା ମହିଳାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖାରବେଳ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଉତ୍ପାତ କରୁଛନ୍ତି ଚେନ୍ ଲୁଟେରା
ଦୁର୍ବୃତ୍ତ ସିନା ସୁନା ଚେନ୍ ନେଇ ପାରିଲେନାହିଁ, କିନ୍ତୁ ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡ ମାଟିରେ ମାଡ଼ ହୋଇଯାଇଥିଲା। ସେ ରକ୍ତାକ୍ତ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା।
Crime
ସପ୍ତମ ପାସ୍ରେ ଆୟୁର୍ବେଦିକ ଡାକ୍ତର, କରୁଥିଲେ ପାଇଲ୍ସ ଅପରେସନ
କେହି ଜଣେ ବି ଉତ୍ପଲଙ୍କ ନାଁରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ତାଙ୍କ କ୍ଲିନିକ୍ ଉପରେ ଚଢ଼ାଉ କରାଯାଇଥିଲା।
Education
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଟଙ୍କାଏ ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ଆଦର୍ଶ ସ୍କୁଲରେ ହଷ୍ଟେଲ ମାଗଣା
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
Entertainment
ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; କିଏ କେଉଁ ପୁରସ୍କାର ପାଇଲେ ପଢ଼ନ୍ତୁ
୨୦୨୨ ମସିହା ପାଇଁ ବିଶିଷ୍ଟ ହାସ୍ୟ ଅଭିନେତା ଜୟରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ‘ମୋହନ ସ୍ୱାମୀ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ।