Advertisment

ଗଞ୍ଜାମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜରେ ହେବାକୁ ଥିବା ଦୀକ୍ଷାନ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ଏହି ଉତ୍ସବରେ ରାଷ୍ଟ୍ରପତିଙ୍କ ସମେତ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ୱତ ମଧ୍ୟ ଯୋଗଦେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ […]

ଅଦ୍ୟତନ ହୋଇଛି
ଗଞ୍ଜାମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

president

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜରେ ହେବାକୁ ଥିବା ଦୀକ୍ଷାନ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ଏହି ଉତ୍ସବରେ ରାଷ୍ଟ୍ରପତିଙ୍କ ସମେତ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ୱତ ମଧ୍ୟ ଯୋଗଦେବେ।
publive-imageରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ ସ୍ୱାଗତ କରିଥିଲେ। ପରେ ରାଷ୍ଟ୍ରପତି ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ଯାଇଥିଲେ। ଗୋଳାବନ୍ଧସ୍ଥିତି ଆର୍ମି ଏଡି କଲେଜ ଆଜି ରାତ୍ରୀଯାପନ କରିଛନ୍ତି ରାଷ୍ଟ୍ରପତି ଓ ତାଙ୍କ ସହଧର୍ମିଣୀ। ଏଥିଲାଗି ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆର୍ମି ଏଡି କଲେଜ ଦୀକ୍ଷାନ୍ତ କାର୍ଯ୍ୟକ୍ରମରେ ସେ ଯୋଗଦେବେ।

Advertisment

ସେହିପରି ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ୱତ ମଧ୍ୟ ଓଡ଼ିଶା ଆସିଛନ୍ତି। ଜେନରାଲ ରାଓ୍ୱତ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରପି୍ରେ ପହଞ୍ଚିବା ପରେ ସେନା ପକ୍ଷରୁ ସ୍ୱାଗତ କରାଯାଇଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe