ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାକ): ପୁରୀ ଜିଲ୍ଲା କଣ୍ଟି ପଞ୍ଚାୟତର କାକୁଡ଼ିଆ ଗାଁରେ ବ୍ରାଉନସୁଗର ବେପାରକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ ଓ ବୋମା ମାଡ଼ ହୋଇଛି I ଏଥିସହ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁରୁତର ଯୁବକଙ୍କ ନା ଅଜୟ। ତାଙ୍କୁ  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଅନୁସାରେ, ଗତକାଲି ରାତିରେ ଏହି ଘଟଣା ଘଟିଛି। ଗୁରୁତର ଯୁବକ ସ୍ଥାନୀୟ ଅଞ୍ଚଳରେ ନିଶା କାରବାରକୁ ବିରୋଧ କରୁଥିଲେ। ଏନେଇ ଦୁର୍ବୃତ୍ତମାନେ ସମ୍ପୃକ୍ତ […]

pipili-1

pipili-1

Niharika Rout
  • Published: Tuesday, 25 February 2020
  • Updated: 25 February 2020, 09:19 AM IST

Sports

Latest News

ପିପିଲି(ଦ୍ୱିତୀକୃଷ୍ଣ ପଟ୍ଟନାକ): ପୁରୀ ଜିଲ୍ଲା କଣ୍ଟି ପଞ୍ଚାୟତର କାକୁଡ଼ିଆ ଗାଁରେ ବ୍ରାଉନସୁଗର ବେପାରକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ ଓ ବୋମା ମାଡ଼ ହୋଇଛି I ଏଥିସହ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁରୁତର ଯୁବକଙ୍କ ନା ଅଜୟ। ତାଙ୍କୁ  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଅନୁସାରେ, ଗତକାଲି ରାତିରେ ଏହି ଘଟଣା ଘଟିଛି। ଗୁରୁତର ଯୁବକ ସ୍ଥାନୀୟ ଅଞ୍ଚଳରେ ନିଶା କାରବାରକୁ ବିରୋଧ କରୁଥିଲେ। ଏନେଇ ଦୁର୍ବୃତ୍ତମାନେ ସମ୍ପୃକ୍ତ ଯୁବକଙ୍କୁ ଆକ୍ରମଣ କରିଥିଲେ। ଏଥିସହ ଗୁରୁତର ଯୁବକଙ୍କ ଘର ଆଗରେ ବୋମା ଫିଙ୍ଗି ଫେରାର ହୋଇଯାଇଛନ୍ତି। ତେବେ ବୋମାମାଡ଼ରେ କୌଣସି ଅଘଟଣ ଘଟି ନଥିବା ସୂଚନା ମିଳିଛି। ପିପିଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ କାକୁଡ଼ିଆ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos