Advertisment

ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ଖରା, ଜାରି ହେଲା ସତର୍କ ସୂଚନା

ଆଜି ଭୁବନେଶ୍ୱରରେ ୪୦.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଯେଉଁଥିପାଇଁ ଜୀବନଯାତ୍ରା ପ୍ରବାଭିତ ହୋଇଛି। ଶୂନ୍‌ଶାନ୍‌ ରହିଛି ରାସ୍ତାଘାଟ।

author-image
Manoranjan Sial
undefined

Heat wave

ଉତ୍ତର-ପଶ୍ଚିମ-ପଶ୍ଚିମରୁ ପ୍ରବାହିତ ତତଲା ବାୟୁ ଓଡ଼ିଶା ମଧ୍ୟକୁ ପ୍ରବାହିତ ହେବ। ଫଳରେ ଦିନର ତାପମାତ୍ରା ସ୍ୱଭାବିକଠାରୁ ୩ରୁ ୪ ଡିଗ୍ରୀ ବଢ଼ିବ। ବିଶେଷକରି ଆଭ୍ୟନ୍ତରିତ ଓଡ଼ିଶାରେ ଆସନ୍ତା ୪ ଦିନ ପାଇଁ ଅସହ୍ୟ ତାତି ଅନୁଭୂତ ହେବ। ଏହାର ଅର୍ଥ ଦିନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ୩ରୁ ୫ ଡିଗ୍ରୀ ରେକର୍ଡ ହୋଇପାରେ। ଏଥିପାଇଁ ଲୋକମାନେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ବାହାରିବା ବେଳେ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରନ୍ତୁ। ଏପରି ପାଗ ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ଲାଗି ରହିପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ ୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ୧୪ ତାରିଖ ସକାଳ ସାଢ଼େଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, କେନ୍ଦୁଝର, ଭୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ଖରା ହେବାର ଆଶଙ୍କା ରହିଛି।

Advertisment

ସେହିପରି ୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ୮.୩୦ ଯାଏଁ ଦେବଗଡ଼, ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହିଟ୍‌ ୱେଭ୍‌ ଅନୁଭୂତ ହେବ। ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆଜି ସମଗ୍ର ରାଜ୍ୟକୁ ତାତି କଲବଲ କରିଛି। ମିଳିଥିବା ସୂଚନା ଅନୁସାରେ ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ଝାରସୁଗୁଡାରେ ୪୦.୮ ଡ଼ିଗ୍ରୀ, ସମ୍ବଲପୁରରେ ୪୦.୬ ଡ଼ିଗ୍ରୀ, ଭୁବନେଶ୍ୱରରେ ୪୦.୪ ଡ଼ିଗ୍ରୀ, ହୀରାକୁଦରେ ୩୯.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୪ ଡ଼ିଗ୍ରୀ, ବାଲେଶ୍ୱରରେ ୩୭ .୪ ଡ଼ିଗ୍ରୀ, କେନ୍ଦୁଝରରେ ୩୭ .୪ ଡ଼ିଗ୍ରୀ, ପୁରୀରେ ୩୪.୨ ଡ଼ିଗ୍ରୀ, ଗୋପାଳପୁରରେ ୩୩.୮ ଡ଼ିଗ୍ରୀ ଓ ପାରାଦୀପରେ ୩୨.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Heat Wave Heat Wave In Odisha Weather Report Weather