କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ବଡ଼ବିଲ ସହରରେ ଥିବା ଏକ ହୋଟେଲକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି। ଏହି ହୋଟେଲ୍ରେ ରହୁଥିବା ଜଣେ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହୋଟେଲ୍କୁ ସିଲ୍ କରି ଦିଆଯାଇଛି।
କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତି ଜଣକ ଏକ ଘରୋଇ କମ୍ପାନୀର କର୍ମଚାରୀ। ସେ ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରୁ ଭୁବନେଶ୍ୱର ଦେଇ ୪ ତାରିଖରେ ବଡ଼ବିଲ ଆସିଥିଲେ। ହେଲେ ଅସୁସ୍ଥ ଅନୁଭବ କରିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ କରୋନା ଟେଷ୍ଟ କରିଥିଲେ। ଏହାପରେ ସେ ବଡ଼ବିଲ ଆସି ଏକ ହୋଟେଲରେ ରହିଥିଲେ। ଗତକାଲି ସନ୍ଧ୍ୟାରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ତାଙ୍କୁ କୋଭଭିଡ୍ ହସପିଟାଲରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷରେ ବଡ଼ବିଲ ସହର ୭ ଦିନ ପାଇଁ ଶଟ୍ଡାଉନ୍ ରହିଥିବା ବେଳେ କୋଭିଡ କଟକଣା ଉଲଂଘନ କରିବାରୁ ଷ୍ଟେସନ ରୋଡ଼ରେ ଥିବା ଏକ ମଲ୍କୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି।
ସୂଚନାଯୋଗ୍ୟ, ଗତକାଲି ବଡ଼ବିଲ ସହରରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ବଡ଼ବିଲ ସହରକୁ ୭ ଦିନ ଯାଏ ଜିଲ୍ଲାପାଳ ଶଟ୍ଡାଉନ୍ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।