କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲା ସୁନାବେଡ଼ାରେ ଘଟିଛି ଅଘଟଣ। ବିଦ୍ୟୁତ୍ ଆଘାତରେ ଟଳିପଡ଼ିଲେ ସ୍ୱାମୀ-ସ୍ତ୍ରୀ।ସୁନାବେଡ଼ା ପୁଲିସ୍ କଲୋନୀରେ ଆଜି ସକାଳୁ ସୁଧାକର ବିଶ୍ୱାଳ ଓ ତାଙ୍କ ପତ୍ନୀ ଚଞ୍ଚଳାଙ୍କ ମୃତ୍ୟୁ ଘଟିଛି।
ସୂଚନା ଅନୁସାରେ, ଆଜି ସକାଳେ ସୁଧାକରଙ୍କ ବାଥରୁମର ଗିଜରକୁ ସଂଯୋଗ କରୁଥୁବା ତାର ସଟ ହୋଇ ଲୁଗା ରଖିବାକୁ ଥିବା ଜିଆଇ ତାର ସହ ସଂଯୋଗ ହୋଇଯାଇଥିଲା। ସୁଧାକର ଲୁଗା ଶୁଖାଉଥିବା ବେଳେ ତାର ସଂସ୍ପର୍ଶରେ ଆସି ଛଟପଟ ହେଉଥିଲେ। ସ୍ୱାମୀଙ୍କ ଚିତ୍କାର ଶୁଣି ସ୍ତ୍ରୀ ଚଞ୍ଚଳା ପହଞ୍ଚି ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ସେ ମଧ୍ୟ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ଉଭୟ ପ୍ରାଣ ହରାଇଥିଲେ ।
ଏଭଳି ଅଭାବନୀୟ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସେପଟେ ଘଟଣା ପରେ ପୁଲିସ୍ ପହଞ୍ଚି ଖୋଳତାଡ଼ କରୁଛି । ମୃତକ ସୁଧାକର ବିଶ୍ୱାଳ ସୁନାବେଡ଼ା ମ୍ୟୁନିସିପାଲଟିରେ ଟ୍ୟାକ୍ସ କଲେକ୍ଟର ଥିଲେ ବୋଲି ଜଣାପଡ଼ିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।