ଜଳିଗଲା ୬ ବଖରା ଘର

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ):ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ପୁରୁଣା କଟକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଲକ୍ଷ୍ମୀଧର ସାହୁଙ୍କ ଛଅ ବଖରା ଘରେ ନିଆଁ ଲାଗି ଯାଇଥିଲା। ଫଳରେ ଘରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।