ଡନ୍‌ର ଗେମ ଓଭର: ହାଇଦର ସଫା

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): କୁଖ୍ୟତ ଗ୍ୟାଙ୍ଗଷ୍ଟର ହାଇଦରଙ୍କ ମୃତ୍ୟୁ। ଆଜି ସୁରକ୍ଷାକର୍ମୀଙ୍କୁ ଚକମା ଦେଇ ଖସି ଯାଉଥିବା ବେଳେ ତାଙ୍କୁ ଏନକାଉଣ୍ଟର କରାଯାଇଥିଲା। ତେବେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଚିକିତ୍ସା କରାଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।  ରକ୍ତଜୁଡ଼ୁବୁଡ଼ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରଯାଇ ଥିଲା ।  ହାଇଦର ଷ୍ଟ୍ରେଚରରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରାୟ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ପୂରା ସହରକୁ ପୁଲିସ […]

Gangster Sheikh Hyder

Tapas Behera
  • Published: Saturday, 24 July 2021
  • , Updated: 24 July 2021, 06:11 PM IST

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): କୁଖ୍ୟତ ଗ୍ୟାଙ୍ଗଷ୍ଟର ହାଇଦରଙ୍କ ମୃତ୍ୟୁ। ଆଜି ସୁରକ୍ଷାକର୍ମୀଙ୍କୁ ଚକମା ଦେଇ ଖସି ଯାଉଥିବା ବେଳେ ତାଙ୍କୁ ଏନକାଉଣ୍ଟର କରାଯାଇଥିଲା। ତେବେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଚିକିତ୍ସା କରାଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।  ରକ୍ତଜୁଡ଼ୁବୁଡ଼ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରଯାଇ ଥିଲା ।  ହାଇଦର ଷ୍ଟ୍ରେଚରରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରାୟ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ପୂରା ସହରକୁ ପୁଲିସ ଛାଉଣି କରାଯାଇଛି। ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ । ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା ବୋଲି ପୁଲିସ ସୂଚନା ଦେଇଛି । କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା । ଏନ୍‌କାଉଣ୍ଟର ପରେ ତାକୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଉଛି। ଏବେ ତାଙ୍କର ଚିକିତ୍ସା ଚାଲିଛି। କଟକ ଚୌଦ୍ୱାର ଜେଲ୍‌ରୁ ଆଜି ଗ୍ୟାଙ୍ଗଷ୍ଟର ହାଇଦରକୁ ବାରିପଦା ଜେଲ୍‌କୁ ନିଆଯାଉଥିଲା। ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ପରିସ୍ରା କରିବାକୁ କହିଥିଲା ହାଇଦର। ପରିସ୍ରା କରୁଥିବା ବେଳେ ସୁରକ୍ଷା କର୍ମୀଙ୍କ ସହିତ ଧସ୍ତାଧସ୍ତି କରିଥିଲା। ଏପରିକି ସୁରକ୍ଷା କର୍ମୀଙ୍କଠାରୁ ବନ୍ଧୁକ ଛଡ଼ାଇ ପଳାଇବାକୁ ଉଦ୍ୟମ କରିଥିଲା। ପରେ ଇନ୍ସପେକ୍ଟର ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ହାଇଦର ପେଟରେ ବାଜିଛି ଗୁଳି। ତାଙ୍କୁ ବାଲେଶ୍ୱର ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଏନ୍‌କାଉଣ୍ଟର ନେଇ ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ।

ସୂଚନାଯୋଗ୍ୟ, ୨୦୦୫ରେ ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲ ନିକଟରେ ଗ୍ୟାଙ୍ଗଷ୍ଟର ସେକ୍‌ ସୁଲେମାନର ଭାଇ ସେକ୍‌ ଚୁନା ଓରଫ ମାଲିକ ହନନ୍‌କୁ ହତ୍ୟା ଘଟଣାରେ ହାଇଦର ସମେତ ଅନ୍ୟ ସାତଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ସେମାନଙ୍କୁ ୨୦୧୧ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରେ ୨୦୧୪ରେ ହାଇଦର ପାରୋଲରେ ଆସିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଖଣି ମାଲିକ ରଶ୍ମୀ ରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲାରେ ହାଇଦର୍‌ର ସମ୍ପୃକ୍ତି ସାମ୍ନାକୁ ଆସିବା ପରେ ପୁଲିସ ତାକୁ ଗିରଫ କରିଥିଲା।

୨୦୧୫ରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜ୍‌ କୋର୍ଟ ଏହି ୨ଟି ମାମଲାରେ ହାଇଦରକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ। ଏହାପରେ ସେ ଝାରପଡା ଜେଲ୍‌ରେ ସଜା କାଟୁଥିଲା। ପରେ ୨୦୧୭ରେ ହାଇଦରକୁ ସମ୍ବଲପୁର ସର୍କଲ ଜେଲ୍‌କୁ ପଠାଇ ଦିଆଯାଇଥିଲା। ତେବେ କିଛି ଦିନ ପୂର୍ବେ ସେ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ତାକୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଭଲ ‌ନହେବାରୁ ତାକୁ

ଗତ ମାର୍ଚ୍ଚ ୨୩ ତାରିଖରେ ସମ୍ବଲପୁର ଜେଲ୍‌ରୁ କଟକ ବଡ଼ ଡାକ୍ତରଖାନାକୁ ଆସିଥିଲା ହାଇଦର। ତେବେ ଏପ୍ରିଲ୍‌ ୧୦ ତାରିଖ ଅପରାହ୍ଣ ୪ଟାରୁ ସାଢ଼େ ୪ଟା ମଧ୍ୟରେ କଟକ ବଡ଼ ଡାକ୍ତରଖାନାରୁ ସେ ଫେରାର ହୋଇଯାଇଥିଲା।

ତେବେ ୧୨୦ ଘଣ୍ଟାର ଅପରେସନ୍ ପରେ ତାକୁ ତେଲେଙ୍ଗାନାର ସଙ୍ଗାରେଡ୍ଡି ଜିଲ୍ଲାରୁ ଗିରଫ କରାଯାଇଥିଲା। ପରେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା ଏବଂ କୋର୍ଟରେ ହାଜର କରାଯାଇଥିଲା। ପରେ ତାକୁ ଚୌଦ୍ୱାର ଜେଲକୁ ପଠାଯାଇଥିଲା।

Related story