ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୬ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୨ଟି ହେଉଛି ଲୋକାଲ୍ କଣ୍ଟାକ୍ଟ । ଭୁବନେଶ୍ୱରରେ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 11th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/8EeuQXoEJB— BMC (@bmcbbsr) July 11, 2020
ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୪୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୧୪ଜଣ ସୁସ୍ଥ ହୋଇଥିବାବେଳେ ୩୧୭ଜଣ ଚିକିତ୍ସାଧୀନ ଅଛନ୍ତି। କରୋନା ଯୋଗୁ ରାଜଧାନୀରେ ୮ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।