ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା । ଉଦ୍ୟାନରେ କଙ୍କ୍ରିଟ୍ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତିରୁ ଓହରିଛି ଉଦ୍ୟାନ କୃଷି ବିଭାଗ ।
ଏକାମ୍ର କାନନରେ ପୂର୍ବ ଭଳି ସ୍ଥିତି ବଜାୟ ରଖିବାକୁ ସହକାରୀ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ । ୨୦ ଏକର ୧୯୨ ଡିସିମିଲ୍ ଜମିକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର କରିବାକୁ ଚିଠି ହେବା ଖବର ପ୍ରଚାରିତ ହେବା ପରେ ବିଜେପି, କଂଗ୍ରେସ, ସ୍ଥାନୀୟ ବାସିନ୍ଦା ଏବଂ ପରିବେଶବିତ୍ ଏହାକୁ ପ୍ରବଳ ବିରୋଧ କରିଥିଲେ ।
ସୂଚନାଯୋଗ୍ୟ, ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟି ଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ ବୋଲି ପୂର୍ବରୁ କଂଗ୍ରେସ ଓ ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଥିଲା। ଏହାପରେ ସରକାର ନିଜ ମତ ବଦଳାଇଥିବା ଆଲୋଚନା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।