‘ହସ୍ତାନ୍ତର ହେବନି ଏକାମ୍ର କାନନ ଜମି, ପୂର୍ବ ସ୍ଥିତି ବଜାୟ ରହିବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା । ଉଦ୍ୟାନରେ କଙ୍କ୍ରିଟ୍ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତିରୁ ଓହରିଛି ଉଦ୍ୟାନ କୃଷି ବିଭାଗ । ଏକାମ୍ର କାନନରେ ପୂର୍ବ ଭଳି ସ୍ଥିତି ବଜାୟ ରଖିବାକୁ ସହକାରୀ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ । ୨୦ ଏକର ୧୯୨ ଡିସିମିଲ୍ ଜମିକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର […]

bbsr-eka

Niharika Rout
  • Published: Wednesday, 18 November 2020
  • , Updated: 18 November 2020, 10:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା । ଉଦ୍ୟାନରେ କଙ୍କ୍ରିଟ୍ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତିରୁ ଓହରିଛି ଉଦ୍ୟାନ କୃଷି ବିଭାଗ ।

ଏକାମ୍ର କାନନରେ ପୂର୍ବ ଭଳି ସ୍ଥିତି ବଜାୟ ରଖିବାକୁ ସହକାରୀ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ । ୨୦ ଏକର ୧୯୨ ଡିସିମିଲ୍ ଜମିକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର କରିବାକୁ ଚିଠି ହେବା ଖବର ପ୍ରଚାରିତ ହେବା ପରେ  ବିଜେପି, କଂଗ୍ରେସ, ସ୍ଥାନୀୟ ବାସିନ୍ଦା ଏବଂ ପରିବେଶବିତ୍ ଏହାକୁ ପ୍ରବଳ ବିରୋଧ କରିଥିଲେ ।

ସୂଚନାଯୋଗ୍ୟ, ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟି ଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ ବୋଲି ପୂର୍ବରୁ କଂଗ୍ରେସ ଓ ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଥିଲା।  ଏହାପରେ ସରକାର ନିଜ ମତ ବଦଳାଇଥିବା ଆଲୋଚନା ହେଉଛି।

Related story