ବୌଦ୍ଧ(ଦୀପକ ଅଦର): ବନ୍ୟା ପାଣିରେ ବିଶାଳ କୁମ୍ଭୀର। ଏଭଳି ଦୃଶ୍ୟ ଦେଖି ନଦୀକୂଳିଆ ଲୋକଙ୍କ ମନରେ ଛନକା ପଶିଛି। ବୌଦ୍ଧ ଜିଲ୍ଲା ହରଭଙ୍ଗା ରାମଗଡ଼ ଠାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।
ଲୋକେ ବନ୍ୟା ପରିସ୍ଥିତି ମୁକାବିଲା କରୁଥିବା ବେଳେ କୁମ୍ଭୀର ଆତଙ୍କ ଲୋକଙ୍କୁ ଅଧିକ ଭୟଭୀତ କରିଛି। ଆଜି ଅପରାହ୍ନରେ ମହାନଦୀ ବନ୍ୟା ପାଣିରେ ଏକ ବିଶାଳ କୁମ୍ଭୀର ଯାଉଥିବାର ସ୍ଥାନୀୟ ବାସିନ୍ଦା ଦେଖିଥିଲେ। କୁମ୍ଭୀରଟି ରାମଗଡ଼ ନଦୀ କୂଳରେ ଛକି ରହିଥିବା ବେଳେ ଲୋକଙ୍କ ନଜରରେ ପଡ଼ିଥିଲା। ଏହି କୁମ୍ଭୀର କେଉଁଠାରୁ ଆସିଲା ଏବଂ ଏହା ଗୋଟିଏ ନା ଅଧିକ ସଂଖ୍ୟକ କୁମ୍ଭୀର ଆସିଛନ୍ତି ତାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।
ପ୍ରବଳ ବର୍ଷା ସାଙ୍ଗକୁ ମହାନଦୀ ଜଳସ୍ତର ବଢ଼ୁଥିବାରୁ କୁମ୍ଭୀର ଘରମୁହାଁ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ସୂଚନା ଥାଉକି, ଏଠାରେ ମହାନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଉଭୟ ତେଲନଦୀ ଓ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହିତ ହରଭଙ୍ଗା ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।