ବାଲେଶ୍ଵର(ଓଡ଼ିଶା ରିପୋର୍ଟର): ଭଲ ପାଇ ବାହା ହୋଇଥିଲେ। ଆସନ୍ତା ସାତ ଜନ୍ମ ପର୍ଯ୍ୟନ୍ତ ସାଥୀ ହୋଇ ରହିବେ ବୋଲି ପ୍ରତିଜ୍ଞା କରିଥିଲେ। ହେଲେ ବିବାହର ମାତ୍ର ୨ ମାସ ନ ପୂରୁଣୁ ସ୍ୱାମୀ-ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ଦୁହେଁ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଚଷାଖଣ୍ଡ ପଞ୍ଚାୟତ ମଧୁପୁରା ଗାଁର ପପୁ ଜେନା ଓ ତାଙ୍କ ସ୍ତ୍ରୀ ବେବି ଜେନା। ଆଜି ଘଟିଥିବା ଏହି ଘଟଣାକୁ ନେଇ ଅଞ୍ଚଳରେ ଅଲୋଡ଼ନ ସୃଷ୍ଟି ହୋଇଛି।
ତେବେ ସେ କାହିଁକି ଆତ୍ମହତ୍ୟା କଲେ ସେନେଇ ପୁଲିସ କିମ୍ବା ପରିବାର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି। ସେମାନେ ବିଷ ଖାଇବା ଜାଣିବା ପରେ ପରିବାର ଦୁହିଁଙ୍କୁ ଧରି ବାଲେଶ୍ଵର ମୁଖ୍ୟ ଡାକ୍ତରଖାନା ଆଣିଥିଲେ। ହେଲେ ଡାକ୍ତର ନାଡ଼ି ପରୀକ୍ଷା କରିବା ପରେ ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦମ୍ପତିଙ୍କ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି।
ଏହି ଘଟଣାକୁ ନେଇ ବନ୍ଧୁ ଓ ପରିବାର ଭିତରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।