ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ରାଧାରାଣୀପଡ଼ାରେ ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ୱାମୀ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ମୃତ ମହିଳାଙ୍କ ଭାଇ ଥାନାରେ ଅଭିଯୋଗ କରିଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଆନନ୍ଦିନୀ ବାରିକ। ଅଭିଯୁକ୍ତ ସ୍ୱାମୀ ମୋତିଲାଲ ବାରିକଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ମୋତିଲାଲ ମଦ ପିଇ ଘରକୁ ଫେରିଥିଲେ। ଏହାପରେ କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ବଚସା […]

bbbbbbbbbbbb

Tapaswini Nayak
  • Published: Wednesday, 05 August 2020
  • , Updated: 05 August 2020, 12:25 PM IST

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ରାଧାରାଣୀପଡ଼ାରେ ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ୱାମୀ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ମୃତ ମହିଳାଙ୍କ ଭାଇ ଥାନାରେ ଅଭିଯୋଗ କରିଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଆନନ୍ଦିନୀ ବାରିକ। ଅଭିଯୁକ୍ତ ସ୍ୱାମୀ ମୋତିଲାଲ ବାରିକଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ମୋତିଲାଲ ମଦ ପିଇ ଘରକୁ ଫେରିଥିଲେ। ଏହାପରେ କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ମୋତିଲାଲ ରାଗି ଯାଇ ଆନନ୍ଦିନୀଙ୍କୁ ପିଟିପିଟି ହତ୍ୟା କରିଥିଲେ। ସ୍ତ୍ରୀକୁ  ହତ୍ୟା କରିବା ପରେ ମୋତିଲାଲ  ବଲାଙ୍ଗିର ସହରରେ ରହୁଥିବା ନିଜ ଶଳା ଘରେ ପହଞ୍ଚିଥିଲେ। ଆନନ୍ଦିନୀ ତଳେ ପଡ଼ି ଯାଇ  ମତ୍ୟୁବରଣ  କରିଥିବା କହିଥିଲେ।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ମୃତ ମହିଳା ଜଣଙ୍କ ୯ ମାସର ଗର୍ଭବତୀ ଥିଲେ ବୋଲି ଜଣାପଡ଼ିଛି ।

Related story