ବଣାଇ (ରଞ୍ଜିତ ଚୌଧୁରୀ ): ସ୍ୱାମୀର ଟାଙ୍ଗିଆ ଚୋଟରେ ଗଲା ସ୍ତ୍ରୀ ଜୀବନ । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ପୋଡ଼ାଡ଼ିହି ବସ୍ତିରୁ ଆସିଛି ଏହି ଅଭିଯୋଗ। ଘରୋଇ କଳିରୁ ଘଟିଛି ଏପରି ନୃଶଂସ କାଣ୍ଡ।
ମୃତ ମହିଳାଙ୍କ ନାଁ ସମ୍ବାରୀ ମୁଣ୍ଡା (୩୫)। ତାଙ୍କ ସ୍ୱାମୀ ନାଁ ବୁଧୁ ମୁଣ୍ଡା (୩୦)। ତାଙ୍କୁ ପୁଲିସ୍ ଅଟକ ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ବୁଧୁ ଓ ସମ୍ବାରୀଙ୍କ (୩୫) ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା। ପରେ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଏକ ଟାଙ୍ଗିଆରେ ବୁଧୁ ସ୍ତ୍ରୀ ସମ୍ବାରୀଙ୍କୁ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସମ୍ବାରୀଙ୍କ ମୃତ୍ୟୁ ହୋଇଥିଲା।
ଆଜି ସକାଳେ ଘଟଣାସ୍ଥଳରେ କୋଇଡ଼ା ପୁଲିସ୍ ପହଞ୍ଚି ଏହି ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଥିଲା। ତା’ ସହିତ ଅଭିଯୁକ୍ତ ବୁଧୁଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।