କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ):ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅଞ୍ଚଳ ଅରଖକୁଦରେ ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କରିଛି ସ୍ୱାମୀ। ଏହାପରେ ପୁଲିସ ସାଇଣ୍ଟିଫିକ୍ ଟିମ୍ ସହ ଗାଁରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।
ଗାଁର ଚନ୍ଦନ ଜେନା ୫ ବର୍ଷ ତଳେ ମାହାଙ୍ଗା ଥାନା ଅଞ୍ଚଳର କୁମୁଡ଼ା ଜୟପୁର ଗାଁର ବନିତା ଜେନାଙ୍କୁ ପ୍ରେମ ବିବାହ କରିଥିଲେ। କୌଣସି କାରଣରୁ ସକାଳେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଧାରୁଆ ଅସ୍ତ୍ରରେ ସ୍ତ୍ରୀଙ୍କୁ ହତ୍ୟା କରିଥିଲା। ଏହାପରେ ଆସି ଥାନାରେ ଆତ୍ମସମର୍ପଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।
Politics
ଶ୍ରୀଜିଉଙ୍କୁ ଦର୍ଶନ କଲେ ରଘୁବର ଦାସ, କହିଲେ - ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି
ଗତକାଲି ହଠାତ୍ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।