Advertisment

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ମୁଁ ଆଗରୁ ଜାଣିଥିଲି: ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ଦ୍ରୌପଦୀ ମୁର୍ମୁ  NDAର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରତିଟି ଓଡ଼ିଆଙ୍କ ପାଇଁ  ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି  ଟ୍ୱିଟ କରିଛନ୍ତି ନବୀନ । ହେଲେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟରୁ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ସେ ପୂର୍ବରୁ ଜାଣି ସାରିଥିବା ସଙ୍କେତ ମିଳିଛି। ନିଜ ଟ୍ୱିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଦେଶର ସର୍ବୋଚ୍ଚ ପଦବୀ ପାଇଁ […]

author-image
Niharika Rout
ଅଦ୍ୟତନ ହୋଇଛି
ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ମୁଁ ଆଗରୁ ଜାଣିଥିଲି: ନବୀନ

naveen-patnaik-&-dropadi-mu

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ଦ୍ରୌପଦୀ ମୁର୍ମୁ  NDAର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରତିଟି ଓଡ଼ିଆଙ୍କ ପାଇଁ  ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି  ଟ୍ୱିଟ କରିଛନ୍ତି ନବୀନ । ହେଲେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟରୁ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ସେ ପୂର୍ବରୁ ଜାଣି ସାରିଥିବା ସଙ୍କେତ ମିଳିଛି।

Advertisment

ନିଜ ଟ୍ୱିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ମାନ୍ୟବର ପ୍ରଧାନମନ୍ତ୍ରୀ ଏନେଇ ମୋ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ଏଥିସହ ସେ ଟ୍ୱିଟ କରିଛନ୍ତି, ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ । ଏଥିରୁ ସ୍ପଷ୍ଟ ଯେ ମୋଦିଙ୍କ ସହ ଆଲୋଚନା ବେଳେ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନବୀନଙ୍କୁ ଅବଗତ କରାଯାଇଥିଲା ।

Advertisment

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାର ଏହି ଆଦିବାସୀ ନେତ୍ରୀ ଝାଡ଼ଖଣ୍ଡ ରାଜ୍ୟପାଳ ଭାବେ ନିଜ କାର୍ଯ୍ୟକାଳ ସଫଳତାର ସହ ଶେଷ କରିପାରିଥିବା ସେ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

ଏନଡିଏ ପକ୍ଷରୁ ଗତକାଲି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦ୍ରୌପଦୀଙ୍କୁ ଜେଡ ପ୍ଲସ୍‌ ସିକ୍ୟୁରିଟି ଯୋଗାଇ ଦିଆଯାଇଛି।    ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା ହେବା ପରେ  ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ଛୁଟୁଛି ଅଭିନନ୍ଦନର ସୁଅ । ଏପରିକି ତାଙ୍କ ରାଇରଙ୍ଗପୁର ବାସଭବନରେ ଶୁଭେଚ୍ଛୁଙ୍କ ଭିଡ ଜମିଛି ।

ଆଜି ସକାଳୁ ଦ୍ରୌପଦୀ ରାଇରଙ୍ଗପୁରର ଜଗନ୍ନାଥ ମନ୍ଦିର, ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ ।  ପୂର୍ଣ୍ଣନ୍ଦେଶ୍ୱର ଶିବମନ୍ଦିର ପରିସର ଓଳାଇଥିଲେ  । ଏହା ପରେ ହନୁମାନ ମନ୍ଦିର, ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିଥିଲେ ।  ରାଇରଙ୍ଗପୁର ସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱ ବିଦ୍ୟାଳୟକୁ ଯାଇ ପ୍ରାର୍ଥନା କରିଥିଲେ  । ବ୍ରହ୍ମାକୁମାରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସାନ୍ତାଳୀଙ୍କ ଆରାଧନା ପୀଠ ଜାହିରା ଯାଇ ଦ୍ରୌପଦୀ ମୁର୍ମୁ ପୂଜାର୍ଚ୍ଚନା କରିଥିଲେ ।

President Election Draupadi Murmu