ଆଇଏଏସସ୍ତରରେ ଅଦଳବଦଳ: ଶାଳିନୀ ପଣ୍ଡିତ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସ ଅଫିସରସ୍ତରରେ ଏକ ଅଦଳବଦଳ କରିଛନ୍ତି । ଦୀର୍ଘଦିନ ଧରି ଅତିରିକ୍ତ ଦାୟିତ୍ୱରେ ଚାଲୁଥିବା ସ୍ୱାସ୍ଥ୍ୟ ବିଭାଗକୁ ଏବେ ଫୁଲଟାଇମ୍ ସଚିବ ମିଳିଛି । ଏନଏଚଏମ୍ ନିର୍ଦ୍ଦେଶିକା ତଥା ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ସଚିବ ତଥା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି । ଆଇଏଏସ୍ ଆରକେ ଶର୍ମା ଦୀର୍ଘଦିନ ଧରି ଛୁଟିରେ ଥିବାରୁ ତାଙ୍କ ସ୍ଥାନରେ […]

salini-pandit

salini-pandit

Ordigital Desk
  • Published: Wednesday, 14 September 2022
  • Updated: 14 September 2022, 07:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସ ଅଫିସରସ୍ତରରେ ଏକ ଅଦଳବଦଳ କରିଛନ୍ତି । ଦୀର୍ଘଦିନ ଧରି ଅତିରିକ୍ତ ଦାୟିତ୍ୱରେ ଚାଲୁଥିବା ସ୍ୱାସ୍ଥ୍ୟ ବିଭାଗକୁ ଏବେ ଫୁଲଟାଇମ୍ ସଚିବ ମିଳିଛି । ଏନଏଚଏମ୍ ନିର୍ଦ୍ଦେଶିକା ତଥା ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ସଚିବ ତଥା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି । ଆଇଏଏସ୍ ଆରକେ ଶର୍ମା ଦୀର୍ଘଦିନ ଧରି ଛୁଟିରେ ଥିବାରୁ ତାଙ୍କ ସ୍ଥାନରେ ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ କିଶୋର ଧଳ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଥିଲେ ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ଧଳଙ୍କଠୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ କାଢ଼ି ନିଆଯାଇଛି। ଏଣିକି ସ୍ୱାସ୍ଥ୍ୟ ବିଭାଗର ସଚିବ ଦାୟିତ୍ୱ ଶ୍ରୀମତୀ ପଣ୍ଡିତ ତୁଲାଇବେ । ଶ୍ରୀ ଧଳ ଶକ୍ତି ବିଭାଗ ସହ ଅତିରିକ୍ତ ଭାବେ ଅବକାରୀ ସଚିବ ଓ ଗ୍ରୀଡ଼କୋ ଅଧ୍ୟକ୍ଷ ଦାୟିତ୍ୱରେ ରହିବେ ।

୧୯୯୬ ବ୍ୟାଚ୍ ଆଇଏଏସ୍ ତଥା କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କଠୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ କାଢ଼ି ନିଆଯାଇ ତାଙ୍କୁ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ଉଭୟ ବିଭାଗ ଦାୟିତ୍ୱରେ ରହିବେ ।

ସେହିପରି ୧୯୯୯ ବ୍ୟାଚ୍ ଆଇଏଏସ୍ ଭାସ୍କରଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ପଦରୁ ହଟାଇ ଦିଆଯାଇଛି । ସେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ । ସେ ଅତିରିକ୍ତ ଭାବେ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଦାୟିତ୍ୱ ତୁଲାଇବେ । ଶ୍ରୀ ଶର୍ମାଙ୍କ ସ୍ଥାନରେ ୧୯୯୯ ବ୍ୟାଚ୍ ଆଇଏଏସ୍ ଶୁଭା ଶର୍ମା ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ ।ସେହିପରି ୧୯୯୮ ବ୍ୟାଚ୍ ଆଇଏଏସ୍ ସୁରେଶ କୁମାର ବଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେ ରାଜ୍ୟ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ ।

ସେହିପରି ୨୦୦୮ ବ୍ୟାଚ୍ ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ସେ ଓରମାସ୍ ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ୨୦୧୦ ବ୍ୟାଚ୍ ଆଇଏଏସ୍ ଡଃ ବୃନ୍ଦା ଡିଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ(ଏନଏଚଏମ)ର ମିଶନ ନିର୍ଦ୍ଦେଶିକା ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଓଡ଼ିଶା ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଓ ଖାଦ୍ୟ ନିରାପତ୍ତା କମିଶନର ଭାବେ କାର୍ଯ୍ୟ କରିବେ ।
ସେହିପରି ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ଆଇଆରଟିଏସ୍ ଅଫିସର ସଞ୍ଜୟ କୁମାର ମିଶ୍ରଙ୍କୁ ଅତିରିକ୍ତ ଭାବେ ଓପିଟିସିଏଲ୍ ପରିଚାଳନା ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଦାୟିତ୍ୱ ନ୍ୟସ୍ତ ହୋଇଛି ।

ସେହିପରି ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସେ ପୂର୍ବଭଳି ଗୃହ ବିଭାଗର ସ୍ୱତନ୍ତ୍ର ସଚିବ(ପ୍ରୋଟୋକଲ)ର ଅତିିରକ୍ତ ଦାୟିତ୍ୱ ତୁଲାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story