ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଣେ ଆଇସିଡିଏସ୍ ସୁପରଭାଇଜର। ତାଙ୍କ ନାଁ କୁନି ନାଏକ। ସେ ବଲାଙ୍ଗିର ଜିଲ୍ଲା ଅଗଲପୁର ବ୍ଳକ୍ର ରୋଥ୍ ଓ ଭର୍ସୁଜା ସେକ୍ଟରର ଆଇସିଡିଏସ୍ ସୁପରଭାଇଜର ଅଛନ୍ତି।
ପୂର୍ବଯୋଜନା ମୁତାବକ ଆଜି କୁନି ନାଏକ ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସାକ୍ଷୀମାନଙ୍କ ଉପସ୍ଥିତିରେ ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଥିଲା।
ଅଙ୍ଗନବାଡ଼ି କେନ୍ଦ୍ର ଚଲାଇବା ପାଇଁ କଣ୍ଟିଜେନ୍ସୀ ଓ ଅନ୍ୟାନ୍ୟ ପାଣ୍ଠିରୁ ଅଙ୍ଗନବାଡ଼ି କର୍ମୀମାନେ ପାଉଥିବା ଅର୍ଥରୁ ଆଇସିଡିଏସ୍ ସୁପରଭାଇଜର ଲାଞ୍ଚ ନେଉଥିଲେ।
କୁନି ନାଏକଙ୍କୁ ଲାଞ୍ଚ ନେବା ବେଳେ ଧରିବା ପରେ ବଲାଙ୍ଗିର ଜିଲ୍ଲା ଲୁଇସିଂହା ବ୍ଳକ୍ ଅନ୍ତର୍ଗତ ମଣ୍ଡିପଦର ସୋତିତ ତାଙ୍କ ବାସଭବନରେ ଚଢ଼ାଉ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।