ରାଉରକେଲା(ପବନ ତିୱାରୀ): ପୁଣି ଖାକିରେ ଲାଗିଲା ଦାଗ। ଜଣେ ନାବାଳିକାଙ୍କ ଗର୍ଭପାତ କରାଇବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀ। ନାବାଳିକା ଗର୍ଭପାତ ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ବୀରମିତ୍ରପୁର ଥାନା ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ପଶ୍ଚିମାଞ୍ଚଳ ଡିଆଇଜି କବିତା ଜଲାନ୍ l
ଜଣେ ଡିଏସ୍ପି ଏପରି ସ୍ପର୍ଷକାତର ଘଟଣାର ତଦନ୍ତ କରୁଛନ୍ତି l କାର୍ଯ୍ୟରେ ଅବହେଳା ଓ ବେଆଇନ୍ କାର୍ଯ୍ୟରେ ଲିପ୍ତ ଥିବା ଯୋଗୁ ଥାନା ଅଧିକାରୀଙ୍କୁ ନିଲମ୍ବନ କରିଯାଇଛି l ଘଟଣାରେ ଯେଉଁମାନଙ୍କ ସମ୍ପୃକ୍ତି ଥିବ ଆଇନ୍ ଅନୁଯାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଡିଆଇଜି କବିତା ଜଲାନ୍ I
ସୂଚନାଯୋଗ୍ୟ, ନାବାଳିକାଙ୍କୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗରେ ରାଏବୋଗା ଥାନାରେ ୬ ଜଣଙ୍କ ନାମରେ ମାମଲ ରୁଜୁ ହୋଇଛି l ସେମାନଙ୍କ ମଧ୍ୟରେ ବୀରମିତ୍ରପୁର ଥାନା ଅଧିକାରୀଙ୍କ ସମେତ ଅନ୍ୟ ଜଣେ କର୍ମଚାରୀ, ନାବାଳିକାଙ୍କ ସମ୍ପର୍କୀୟ, ୨ ସାଙ୍ଗ ଓ ଗର୍ଭପାତ କରାଇଥିବା ଡାକ୍ତର ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।