ଭୁବନେଶ୍ୱର:ସମ୍ୱଲପୁରରେ ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ପ୍ରସଙ୍ଗରେ ପୁଣି ରାଜ୍ୟକୁ ଚିଠି ଲେଖିଲା କେନ୍ଦ୍ର ମାନବ ସମ୍ୱଳ ବିକାଶ ମନ୍ତ୍ରାଳୟ। ମୋଟ୍ ୫ଟି ବିଷୟରେ ଅବଗତ କରାଇବାକୁ ରାଜ୍ୟକୁ କହିଛି ବିଭାଗ। ସମ୍ୱଲପୁରରେ ଆବଶ୍ୟକୀୟ ଭିତ୍ତିଭୂମି ଅଛି ନା ନାହିଁ, ସମ୍ୱଲପୁର ଆଖପାଖ ଅଂଚଳରେ ବଡ ଧରଣର ବ୍ୟବସାୟିକ ପେଣ୍ଠସ୍ଥଳୀ ଅଛି ନା ନାହିଁ, ବୃହତ ଶିଳ୍ପାନୁଷ୍ଠାନ କଣ ଅଛି, ସମ୍ୱଲପୁର ଆଖପାଖ ଅଂଚଳରେ ଅର୍ଥନୈତିକ ସ୍ଥିତି କଣ ରହିଛି ଏବଂ ଆଇଆଇଏମରେ ନିଯୁକ୍ତ ହୋଇଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କ ପାଇଁ ସମ୍ୱଲପୁରରେ କଣ ନିଯୂକ୍ତି ସୁଯୋଗ ରହିଛି ଏଭଳି ୫ଟି ପ୍ରସଙ୍ଗରେ ରାଜ୍ୟ ଠାରୁ ଜାଣିବାକୁ ଚାହିଁଛି କେନ୍ଦ୍ର। ଏନେଇ ଆସନ୍ତା ୫ ତାରିଖରେ ରାଜ୍ୟ କେନ୍ଦ୍ରକୁ ଅବଗତ କରିବ ବୋଲି ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ମନ୍ତ୍ରୀ ସଞ୍ଜୟ ଦାସବର୍ମା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।