ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜେଲ୍ରେ ବେଧଡ଼କ ଭାବେ ନିଶା କାରବାର ଚାଲିଥିବାର ଭିଡିଓ କିଛି ଦିନ ପୂର୍ବେ ଭାଇରାଲ ହୋଇଥିବା ବେଳେ ଏବେ ଝାରପଡା ଜେଲ ଭିତର ଦୃଶ୍ୟ ବାହାରକୁ ଆସିଛି। ରାଜଧାନୀ ଛାତି ଉପରେ କଡ଼ା ସୁରକ୍ଷା ବଳୟରେ ଥିବା ଝାରପଡ଼ା ଜେଲ୍ରେ ବହୁ ହାର୍ଡକୋର କ୍ରିମିନାଲ ଥିବା ବେଳେ ସେଠାରେ ଆଇନଶୃଙ୍ଖଳା ବ୍ୟବସ୍ଥା କିପରି ରହିଛି ତାହା ଭାଇରାଲ ହୋଇଥିବା ଭିଡିଓରୁ ସ୍ପଷ୍ଟ ଜଣାପଡ଼ୁଛି।
ଜେଲ୍ ଭିତରେ ୨୪ ଘଣ୍ଟିଆ ପହରା ଚାଲିଥିବା ବେଳେ ଖୁଲମଖୁଲା ଚାଲିଛି ନିଶା କାରବାର। ଜେଲ ଭିତରେ ଗଞ୍ଜେଇ, ସିଗାରେଟ ଓ ଟଙ୍କା ଦିଆନିଆର ଭିଡିଓ ଭାଇରାଲ ପରେ ଏନେଇ ବହୁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ ଜେଲର କଡ଼ା ସୁରକ୍ଷା ବଳୟ ମଧ୍ୟକୁ କିପରି ଭାବେ ଏଭଳି ନିଶା ଦ୍ରବ୍ୟ ସହ ପୁଳା ପୁଳା ଟଙ୍କା ଯାଉଛି, ତାହାକୁ ନେଇ ଲୋକଙ୍କ ମନରେ ସନ୍ଦେହ ଉପୁଜିଛି । ଏହି ଭିଡିଓ କେବେ ଓ କିଏ ଉତ୍ତୋଳନ କରିଥିଲା, ତଥା କିଭଳି ତାହା ପଦାକୁ ଆସିଲା ତାହା ସ୍ପଷ୍ଟ ହୋଇନି ।
ଝାରପଡା ଘଟଣା ଏକ ଚିନ୍ତାଜନକ ବିଷୟ ହୋଇଥିବା ବେଳେ ଏହାର ତଦନ୍ତ ହେବ ବୋଲି କହିଛନ୍ତି ଜେଲ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।