ସାଢ଼େ ୪ଟା ଯାଏ ବିପଦ, ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ହୋଇଛି। ଆହୁରି ହେବ ମଧ୍ୟ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ୪ଟା ଯାଏ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ୧୭ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, […]

lightning

Jyoshna Pradhan
  • Published: Sunday, 16 September 2018
  • , Updated: 16 September 2018, 09:06 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ହୋଇଛି। ଆହୁରି ହେବ ମଧ୍ୟ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ନ ସାଢ଼େ ୪ଟା ଯାଏ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ୧୭ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, କୋରାପୁଟ ଓ ମାଲାକନାଗିରି।

ସେହିପରି ଆସନ୍ତା ୧୮ ତାରିଖରେ ପଶ୍ଚିମ କେନ୍ଦ୍ର ତଥା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ ଏବଂ ୨୧ ତାରିଖରେ ଅଧିକ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି।

Related story