ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୨ଟା ଯାଏ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।