/odisha-reporter/media/post_attachments/uploads/2020/10/rain-2-1.jpg)
Weather Alert:
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୫ ଜିଲ୍ଲାରେ କାଳବୈଶାଖୀ ହେବ! ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
କାଳବୈଶାଖୀ ନେଇ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧାଓ ନୟାଗଡ଼ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ସମ୍ଭାବନା ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଶନିବାର ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଞ୍ଜନ, କନ୍ଧମାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://twitter.com/i/status/1377921647865327623
ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ଏବଂ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
