ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।  ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହେଉଛି। ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଛି। ତେବେ ଆଜି ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସହ ଝଡ଼ତୋଫାନ  ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୧ଟି ଜିଲ୍ଲାକୁ ସକାଳ ସାଢ଼େ ୧୦ ଟା […]

rain

Jyoshna Pradhan
  • Published: Thursday, 20 September 2018
  • , Updated: 20 September 2018, 04:10 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।  ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହେଉଛି।

ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଛି।

ତେବେ ଆଜି ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସହ ଝଡ଼ତୋଫାନ  ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୨୧ଟି ଜିଲ୍ଲାକୁ ସକାଳ ସାଢ଼େ ୧୦ ଟା ଯାଏ ସତର୍କ ରହିବାକୁ କୁହାଯାଇଛି।

ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Related story