ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଅପରାହ୍ଣ ୪ଟା୩୦ ଯାଏ ସତର୍କ ରହିବାକୁ ୧୨ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି - ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ।
ସୂଚନାଯୋଗ୍ୟ, ବର୍ଷା ଓ ବଜ୍ରପାତ ନେଇ ଆଜି ଦିନ ୧୦ଟା ୩୦ ଯାଏ ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।