ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ତିନିଟି ଜିଲ୍ଲା ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ସବୁ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ତା’ସହିତ ଧୂଳିଝଡ଼ ଓ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି।
ଏହି ସବୁ ଜିଲ୍ଲାଗୁଡ଼ିକ ହେଉଛି- ନୟାଗଡ଼, ଯାଜପୁର ଓ କେନ୍ଦ୍ରାପଡ଼ା। ରାତି ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ହାଲ୍କା ବର୍ଷା ହେବା ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହା ସହିତ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି କାଳବୈଶାଖୀ ବର୍ଷା ମଧ୍ୟ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।
Events & Festivals
ଆଜି ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।