୩ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତିନିଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ରାତି ୮ଟା  ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାଗୁଡ଼ିକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ଗଞ୍ଜାମ ଓ ଗଜପତି। ଏହି ସବୁ ଜିଲ୍ଲାରେ ରାତି ୮ଟା ଭିତରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏପରିକି ପବନ ମଧ୍ୟ ବହିବ। ଅନ୍ୟପକ୍ଷରେ ରାଜ୍ୟରେ ଏବେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୧୧ଟି ଜିଲ୍ଲାରେ […]

Rain-in-Bhubaneswar8888

Rain-in-Bhubaneswar8888

Manoranjan Sial
  • Published: Friday, 10 May 2019
  • Updated: 10 May 2019, 06:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତିନିଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ରାତି ୮ଟା  ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାଗୁଡ଼ିକୁ କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ଗଞ୍ଜାମ ଓ ଗଜପତି। ଏହି ସବୁ ଜିଲ୍ଲାରେ ରାତି ୮ଟା ଭିତରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏପରିକି ପବନ ମଧ୍ୟ ବହିବ।

ଅନ୍ୟପକ୍ଷରେ ରାଜ୍ୟରେ ଏବେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୧୧ଟି ଜିଲ୍ଲାରେ ଦୁଇ ଦିନ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା। ଏଠାରେ ଛୋଟପିଲା, ବୟସ୍କ ଲୋକ ଓ ରୋଗଗ୍ରସ୍ତ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos