୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଏହି ଚାରୋଟି ଜିଲ୍ଲା ହେଉଛି- ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ଏହି ସବୁ ଜିଲ୍ଲାବାସୀଙ୍କୁ  ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ୩ […]

weather

Jitendra Garnayak
  • Published: Sunday, 26 May 2019
  • , Updated: 26 May 2019, 06:39 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି।

ଏହି ଚାରୋଟି ଜିଲ୍ଲା ହେଉଛି- ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ଏହି ସବୁ ଜିଲ୍ଲାବାସୀଙ୍କୁ  ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ୩ ଦିନ ଯାଏ ଏମିତି ସ୍ଥିତି ରହିବ ବୋଲି ପାଣିପାଗ ବିଭାଗ କହିଛି।

Related story