ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ଦିନ ୨ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର।
ସେହିପରି ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ସକାଳ ୧୦ଟା ୪୫ ଯାଏ ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଥିଲା।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଦିନ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।