ତିନି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ତିନିଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି। ଏହି ସବୁ ଜିଲ୍ଲାବାସୀଙ୍କୁ ଅପରାହ୍ଣ ସାଢ଼େ ୫ଟା ସୁଦ୍ଧା ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ପ୍ରାୟ ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେଉଛି। ଗତକାଲି ଦେବଗଡ଼ ସହିତ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ […]

thunderstorm

Jitendra Garnayak
  • Published: Friday, 31 May 2019
  • , Updated: 31 May 2019, 04:23 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ତିନିଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି।

ଏହି ସବୁ ଜିଲ୍ଲାବାସୀଙ୍କୁ ଅପରାହ୍ଣ ସାଢ଼େ ୫ଟା ସୁଦ୍ଧା ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପ୍ରାୟ ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେଉଛି।

ଗତକାଲି ଦେବଗଡ଼ ସହିତ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ ହୋଇଥିଲା। ତା’ସହିତ ସାମାନ୍ୟ ବର୍ଷା ହୋଇଥିଲା।

Related story