ପ୍ରବଳ ବର୍ଷା ହେବ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍‌ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ସକାଳ ସାଢ଼େ ଆଠଟା ଭିତରେ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ […]

Weather

Weather

Manoranjan Sial
  • Published: Friday, 12 November 2021
  • Updated: 12 November 2021, 05:51 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍‌ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ସକାଳ ସାଢ଼େ ଆଠଟା ଭିତରେ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ଶନିବାର ସକାଳ ସାଢ଼େ ଆଠଟାରୁ ରବିବାର ସକାର ୮.୩୦ ଯାଏ କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1459089177115455496?s=20

ଲଗାଣ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର(SRC) କାର୍ଯ୍ୟାଳୟ। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି ଏସ୍‌ଆରସି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। କିଛି ଅଘଟଣ ଘଟିଲେ ତୁରନ୍ତ SRCଙ୍କ ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

https://twitter.com/mcbbsr/status/1459082516543930373?s=20

ସେପଟେ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। ୧୫ ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ଅବପାତର ରୂପ ନେବ। ଯାହାର ପ୍ରଭାବରେ ୧୬ ଓ ୧୭ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos