Advertisment

ତାତିରୁ ମିଳିବ ତ୍ରାହି, ଆଜିଠାରୁ କାଳବୈଶାଖୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ଆଜିଠାରୁ ଆସନ୍ତା ୨୩ ତାରିଖ ଯାଏ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏପରି ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀଙ୍କ କହିବା ଅନୁସାରେ କାଳବୈଶାଖୀ ହେବା ଫଳରେ ତାପମାତ୍ରା ୨ ଡିଗ୍ରୀ ହ୍ରାସ ପାଇବ। ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ହେବା ସତ୍ତ୍ୱେ ତାପମାତ୍ରାର କୌଣସି ପରିବର୍ତ୍ତିନ ହେବନାହିଁ। ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। ଉପକୂଳ […]

ଅଦ୍ୟତନ ହୋଇଛି
ତାତିରୁ ମିଳିବ ତ୍ରାହି, ଆଜିଠାରୁ କାଳବୈଶାଖୀ

Rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ଆଜିଠାରୁ ଆସନ୍ତା ୨୩ ତାରିଖ ଯାଏ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏପରି ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀଙ୍କ କହିବା ଅନୁସାରେ କାଳବୈଶାଖୀ ହେବା ଫଳରେ ତାପମାତ୍ରା ୨ ଡିଗ୍ରୀ ହ୍ରାସ ପାଇବ। ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ହେବା ସତ୍ତ୍ୱେ ତାପମାତ୍ରାର କୌଣସି ପରିବର୍ତ୍ତିନ ହେବନାହିଁ। ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। ଉପକୂଳ ଅଞ୍ଚଳରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହୁଥିବାରୁ ତାତି ସାମାନ୍ୟ କମ୍‌ ଅନୁଭୂତ ହେଉଛି। କିନ୍ତୁ ଗୁଳିଗୁଳି ସ୍ଥିତିକୁ ଅଧିକ ସଙ୍ଗୀନ କରୁଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ଗୁଳିଗୁଳି ଲାଗିରହିବ। କାଳବୈଶାଖୀ ପରେ ସେଥିରୁ ସାମାନ୍ୟ ନିସ୍ତାର ମିଳିବ। ପରବର୍ତ୍ତୀ ସମୟରେ ଯଦି ସାମୁଦ୍ରିକ ବାୟୂର ପ୍ରଭାବ ରହିଲା ପୁଣି ଗୁଳିଗୁଳି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

https://twitter.com/mcbbsr/status/1516713475716042758?s=20&t=Ae37KfvaJyhwW4wb1gVgzw

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଠିକ୍‌ ସେହିପରି ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୋଳ, ନୟାଗଡ଼, କନ୍ଧମାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପବନ ଅଧିକ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1516710770955808769?s=20&t=Ae37KfvaJyhwW4wb1gVgzw

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1516710318172360707?s=20&t=Ae37KfvaJyhwW4wb1gVgzw

Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe