ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ କେରଳ ଛୁଇଁବାର ସପ୍ତାହେ ପରେ ବି ଓଡ଼ିଶା ପହଞ୍ଚିପାରି ନାହିଁ। ମୌସୁମୀ ଓଡ଼ିଶା ଛୁଇଁବାକୁ ଆହୁରି ୨ରୁ ୩ ଦିନ ସମୟ ଲାଗିବ ବୋଲି ଆଜି ପାଣିପାଗ ବିଭାଗ ଆକଳନ କରିଛି।
କିନ୍ତୁ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ। ଯାହାର ପ୍ରଭାବ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ବୋଲି ଆକଳନ ହୋଇଛି। ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ଜଣାପଡ଼ିଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଏହି ଉପକୂଳ ଜିଲ୍ଲାରେ ବର୍ଷାର ପ୍ରଭାବ ବେଶି ରହିବ ବୋଲି ପାଣିପାଗ ବିଭାଗ କହିଛି।