୧୫ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ବିଜୁଳି ବି ମାରିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷ ଜାରି ରହିବ। ସେହିପରି ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବିଭାଗ ଜାରି କରିଥିବା ବୁଲେଟିନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ଘଡଘଡ଼ି ହେବ। ଏଥିସହ କେତେକ ସ୍ଥାନରେ […]

Rain

Manoranjan Sial
  • Published: Saturday, 10 April 2021
  • , Updated: 10 April 2021, 08:17 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷ ଜାରି ରହିବ। ସେହିପରି ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ବିଭାଗ ଜାରି କରିଥିବା ବୁଲେଟିନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ଘଡଘଡ଼ି ହେବ। ଏଥିସହ କେତେକ ସ୍ଥାନରେ କାଳବୈଶାଖୀର ଆଶଙ୍କା ବି ରହିଛି।

୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ କାଳବୈଶାଖୀର ହେବାର ସମ୍ଭାବନା ରହିଛି।

ସେଥିପାଇଁ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ବର୍ଷା ହେବା ସହିତ ପବନ ବହିବାର ଆଶଙ୍କା ରହିଛି। ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ୩୦ରୁ ୪୦ କିମି ରହିବାର ଆକଳନ କରାଯାଇଛି।

ଆସନ୍ତାକାଲି ଅର୍ଥାତ ରବିବାର ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। ପ୍ରଭାବରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ କୋରାପୁଟ, ନବରଙ୍ଗପୁର. କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ସୋନପୁର, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା କାଳବୈଶାଖୀର ଆଶଙ୍କା ରହିଛି। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ। ଏହାଛଡ଼ା କାଳବୈଶାଖୀ ମଧ୍ୟ ହେବାର ସମ୍ଭାବନା ରହିଛି।

ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ସେଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ ଓ ଜଗପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related story