ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ପାଟୁଳି ଛକ ନିକଟରେ ଏକ ବାଇକ୍କୁ ପଛପଟୁ ଧକ୍କା ଦେଲା କାର୍। ଏହି ଦୁର୍ଘଟଣାରେ ବାଇକ୍ରେ ବସିଥିବା ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍ ଚାଳକ ଆହତ ହୋଇଛନ୍ତି। ମୃତ ମହିଳାଙ୍କ ନାଁ କମଳା ମଲ୍ଲିକ। ଏହି ଦୁର୍ଘଟଣାରେ ତାଙ୍କ ପୁତୁରା ରଞ୍ଜିତ ମଲ୍ଲିକ୍ ଆହତ ହୋଇଛନ୍ତି। ଉଭୟଙ୍କ ଘର ନରପଦା ଗାଁରେ।
ସୂଚନାଅନୁସାରେ, ଆଜି ସକାଳେ କମଳା ପୁତୁରା ରଞ୍ଜିତଙ୍କ ସହ ଯାଜପୁର ରୋଡ ଡାକ୍ତରଖାନାକୁ ଯାଇ ଘରକୁ ଫେରୁଥିଲେ। ଏହି ସମୟରେ ପାଟୁଳି ଛକ ନିକଟରେ ତାଙ୍କ ବାଇକ୍କୁ ଏକ କାର୍ ପଛପଟୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଯାଜପୁର ରୋଡ୍ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ କମଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରଞ୍ଜିତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା କାର୍ ଫେରାର୍ ହୋଇଯାଇଛି। ସୂଚନାଯୋଗ୍ୟ, ଗତ ଦୁଇ ଦିନ ତଳେ ଏହି ପାଟୁଳି ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।