ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହିଥିବାରୁ କୁହୁଡ଼ି ଅଧିକ ହେଉଛି। ଆଜି ସକାଳେ ଭୁବନେଶ୍ୱରର ଏୟାର ପୋର୍ଟ ଓ ପଡ଼ିଆ ଅଞ୍ଚଳ, ପୁରୀ ଓ ପାରାଦୀପରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ ଏହା କହିଛନ୍ତି।
ସେ ଆହୁରି କହିଛନ୍ତି,“ ବାରିପଦା, ସୁନ୍ଦରଗଡ଼, ଫୁଲବାଣୀ ଓ ସୋନପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟ ଘନ କୁହୁଡ଼ି ହୋଇଥିଲା। ସାଧାରଣତଃ ଡିସେମ୍ୱର ଦ୍ୱିତୀୟ ସପ୍ତାହରୁ ଜାନୁଆରୀ ୧୫ ଯାଏ ଅଧିକ ଶୀତ ଅନୁଭୂତ ହୋଇଥାଏ। ତେବେ ଗତବର୍ଷ ଭଳି ଚଳିତ ବର୍ଷ ଏତେ ଶୀତ ଅନୁଭୂତ ହୋଇ ନାହିଁ।”
ସୂଚନାଯୋଗ୍ୟ, ଆଜି ରାଜଧାନୀ ଭୁବନେଶ୍ୱର ସକାଳୁ ସକାଳୁ କୁହୁଡ଼ି ଚାଦରରେ ଆଚ୍ଛାଦିତ ହୋଇଥିବା ଦେଖିବାକୁ ମିଳିଥିଲା। ସେହିପରି ପୁରୀରେ ବି ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। କୁହୁଡ଼ି ଯୋଗୁ ବଡ଼ଦାଣ୍ଡରୁ ଶ୍ରୀମନ୍ଦିର ସ୍ପଷ୍ଟଭାବେ ଦେଖାଯାଉ ନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।