ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): “ଗୋଷ୍ଠୀ କନ୍ଦଳ ଯୋଗୁ କଂଗ୍ରେସ କ୍ଷମତାରୁ ଦୂରେଇ ରହିଛି। ଏଭଳି ଆଚରଣ ଯୋଗୁ ୧୯ ବର୍ଷ ହେଲା ଆମକୁ ଲୋକେ ବିଶ୍ୱାସକୁ ନେଉ ନାହାନ୍ତି କିମ୍ବା କ୍ଷମତା ଦେଉନାହାନ୍ତି।” ଏଭଳି ବୟାନ ଦେଇଛନ୍ତି ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ।
ଖୋର୍ଦ୍ଧା ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ସେ ଏଭଳି ମତ ରଖିଛନ୍ତି। ଏହାସହ ସେ କହିଛନ୍ତି, “ଏବେ ଦଳ ଏକ ହୋଇସାରିଛି। ଆଗକୁ ସରକାର ମଧ୍ୟ ଗଢ଼ିବ। ୨୦୧୯ରେ କଂଗ୍ରେସ ଶାସନକୁ ଆସିଲେ କୃଷିଋଣ ଛାଡ଼ କରିବା ସହ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ବୃଦ୍ଧି କରିବ।”
ଜିଲ୍ଲା ସଭାପତି ସୁର ରାଉତରାୟଙ୍କ ନେତୃତ୍ୱରେ ଆୟୋଜିତ ଏହି ସଭାରେ ବହୁ କଂଗ୍ରେସ ନେତା ଯୋଗ ଦେଇଥିଲେ। ଏହି ଅବସରରେ ଦଳ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।