କଟକ(ଓଡ଼ିଶା ରିପୋର୍ଟର): କଟକର କୁଖ୍ୟାତ ଅପରାଧୀ ଡି-ବ୍ରଦର୍ସ ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ଦୁଇ ଅଭିଯୁକ୍ତ ହେଲେ ଡାନି ଓ ରନିଆ। ଉଭୟଙ୍କୁ ଗିରଫ କରିଛି କଟକର ଲାଲବାଗ ଥାନାର ପୁଲିସ। ଦୁଇ ଅପରାଧୀଙ୍କଠାରୁ ୨ଟି ବନ୍ଧୁକ, ୬୯ଟି ଗୁଳି, ୩ଟି ମ୍ୟାଗଜିନ ଜବତ ହୋଇଛି। ଏହି ଦୁଇ ଜଣ ଗିରଫ ହେବା ପରେ ଡି-ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଥିବା ଜଣାପଡୁଛି।
କଟକ ଡିସିପି ପ୍ରତୀକ ସିଂହ କହିଛନ୍ତି, ଗତରାତିରେ ଲାଲବାଗ ଥାନାରେ ଜଣେ ବ୍ୟକ୍ତି ଅଭିଯୋଗ କରିଥିଲେ ଯେ, ଡାନି ଓ ରନିଆ ତାଙ୍କୁ ଘରୁ ଡାକି ନେଇଥିଲେ। ବିଭିନ୍ନ ସ୍ଥାନରୁ ଦାଦାବଟି ଆଦାୟ କରିବାକୁ ପ୍ରବର୍ତ୍ତାଇଥିଲେ। ଏଥିରେ ରାଜି ନ ହେବାରୁ ବନ୍ଧୁକ ଦେଖାଇ ଡ଼ରାଇଥିଲେ। ଏହି ସମୟରେ ପାଟିତୁଣ୍ଡ ହେବାରୁ ଲୋକେ ଜମା ହୋଇଯାଇଥିଲେ। ଲୋକଙ୍କୁ ଦେଖି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ ଡାନି ଓ ରନିଆ। ସେହି ଅଭିଯୋଗ ଆଧାରରେ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଉଭୟଙ୍କ ନାଁରେ ଆଗରୁ ବହୁ ମାମଲା ଅରହିଛି। ଜେଲ୍ରୁ ଏମାନଙ୍କ ନିକଟକୁ କେମିତି ନିର୍ଦ୍ଦେଶ ଆସିଲା, ସେ ଦିଗରେ ମଧ୍ୟ ତଦନ୍ତ ହେଉଛି ବୋଲି ଏସ୍ପି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।