Advertisment

ଇତିଶ୍ରୀ ହତ୍ୟା ମାମଲା: ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ଝଟ୍‌କା

କଟକ(ଓଡ଼ିଶା ରିପୋର୍ଟର): ଟିକିରୀ ଶିକ୍ଷୟିତ୍ରୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ପୁଣି ଝଟ୍‌କା। ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ପୂର୍ବରୁ ତଳ କୋର୍ଟ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୨୦୧୩ ମସିହା ଅକ୍ଟୋବର ୨୭ ତାରିଖରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଟିକିରି ସ୍କୁଲରେ ଠିକା ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ଇତିଶ୍ରୀ ପ୍ରଧାନଙ୍କୁ କିରୋସିନି ଢାଳି ପୋଡ଼ି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଟିକିରି, ରାୟଗଡ଼ା […]

ଇତିଶ୍ରୀ ହତ୍ୟା ମାମଲା: ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ଝଟ୍‌କା

dandasena-1

Advertisment

କଟକ(ଓଡ଼ିଶା ରିପୋର୍ଟର): ଟିକିରୀ ଶିକ୍ଷୟିତ୍ରୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ପୁଣି ଝଟ୍‌କା। ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ପୂର୍ବରୁ ତଳ କୋର୍ଟ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

Advertisment

୨୦୧୩ ମସିହା ଅକ୍ଟୋବର ୨୭ ତାରିଖରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଟିକିରି ସ୍କୁଲରେ ଠିକା ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ଇତିଶ୍ରୀ ପ୍ରଧାନଙ୍କୁ କିରୋସିନି ଢାଳି ପୋଡ଼ି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଟିକିରି, ରାୟଗଡ଼ା ଓ ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ୨୦୧୩ ନଭେମ୍ୱର ୧ ତାରିଖରେ ଇତିଶ୍ରୀଙ୍କର ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ଏହା ପୂର୍ବରୁ ଇତିଶ୍ରୀ ସେହି ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନା ତାଙ୍କୁ ନିର୍ଯାତନା ଦେଉଥିବା ଥାନାରେ ଅଭିଯୋଗ କରିଥିଲେ। ରାଜ୍ୟ ସରକାର ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପରେ ଏକ ଜନସ୍ୱାର୍ଥ ମାମଲା ଆଧାରରେ ସୁପ୍ରିମକୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ୨୦୧୬ ଏପ୍ରିଲ୍‌ରେ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାକୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ରାୟଗଡ଼ା ଜିଲ୍ଲା ଓ ଦୌରାଜଜ୍ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe