କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

କଟକ (ଓଡ଼ିଶା ରିପୋର୍ଟର): ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ […]

jaga-kalia

Manoranjan Sial
  • Published: Saturday, 17 August 2019
  • , Updated: 17 August 2019, 10:16 PM IST

କଟକ (ଓଡ଼ିଶା ରିପୋର୍ଟର): ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।

୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଛନ୍ତି। ହେଲେ କାଳିଆକୁ ସୁସ୍ଥ ହେବା ପାଇଁ ସମୟ ଲାଗିବ ବୋଲି ଡାକ୍ତର କହିଛନ୍ତି। ତେଣୁ ସେମାନଙ୍କୁ ଓଡ଼ିଶା ନେଇଯିବା ପାଇଁ ଜଗା ଓ କାଳିଆଙ୍କ ବାପା ଭୂୟାଁ କହଁରଙ୍କୁ ଡାକ୍ତର ପରାମର୍ଶ ଦେଇଥିଲେ। ହେଲେ ରାଜ୍ୟ ସରକାର ସେମାନଙ୍କୁ ଓଡ଼ିଶା ଆଣିବାକୁ ଚାହୁଁନାହାନ୍ତି। ଆଜି କାଲି କହି ଦିନ ଗଡ଼ାଇ ଚାଲିଛନ୍ତି ବୋଲି ଭୂୟାଁ କହଁର କିଛି ଦିନ ତଳେ ଗଣମାଧ୍ୟମକୁ କହିଥିଲେ।

ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ପରେ ନିଜ ଉପରୁ ଦୋଷ ଖସାଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଥିଲେ, ଦୁଇ ଭାଇଙ୍କୁ ଦିଲ୍ଲୀ ଏମ୍‌ସରୁ ଭୁବନେଶ୍ୱର ଏମ୍‌ସକୁ ଟ୍ରାନ୍ସଫର କରିବାକୁ ଚାହୁଁଛି। ହେଲେ ଭୁବନେଶ୍ୱର ଏମ୍‌ସ କର୍ତ୍ତୃପକ୍ଷ ଏଯାଏ ଅନୁମତି ଦେଇନାହାନ୍ତି। ଏନେଇ ଭୁବନେଶ୍ୱର ଏମ୍‌ସ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି ବୋଲି ସେତେବେଳେ ଶ୍ରୀ ଦାସ କହିଥିଲେ।

୨୦୧୭ରେ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବାବେଳେ କନ୍ଧମାଳର ଏହି ଦୁଇଶିଶୁ ଜଗାକାଳିଆଙ୍କ ସମ୍ପର୍କରେ ପ୍ରଥମେ ଖବର ପ୍ରସାରଣ କରିଥିଲା ଓଟିଭି। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଉଭୟ ଶିଶୁଙ୍କୁ ଦିଲ୍ଲୀ ଏମ୍‌ସକୁ ପଠାଇଥିଲେ।

Related story