ଗଞ୍ଜାମ: ଜଗନ୍ନାଥପ୍ରସାଦ ପୋଲିସ ହେପାଜତ ମୃତ୍ୟୁ ଘଟଣାରେ ଥାନା ଅଧିକାରୀ ଦିବ୍ୟଲୋଚନ ବେହେରାଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଦିଆଯିବା ସହ ମାମଲାର ତଦନ୍ତ ଭାର ଏଚଆରପିସିକୁ ଦିଆଯାଇଛି । ଏହାସହ ଜଗନ୍ନାଥପ୍ରସାଦ ଥାନାର ନୂତନ ଥାନା ଅଧିକାରୀ ଭାବେ ସୁଶାନ୍ତ ସେଠୀଙ୍କୁ ନିଯୁକ୍ତି ଦିଆଯାଇଥିବା ଏସପି ନରସିଂହ ମିଶ୍ର କହିଛନ୍ତି ।
ସୂଚନାଯୋଗ୍ୟ ଯେ, ଏକ ଚୋରି ଘଟଣାରେ ପଟାଧାର ଗାଁର ଗୌରହରି ସ୍ୱାଇଁଙ୍କୁ ସୋମବାର ରାତିରେ ଜଗନ୍ନାଥ ପ୍ରସାଦ ପୋଲିସ୍ ଗିରଫ କରି ଥାନାକୁ ଆଣିଥିଲା । ମଙ୍ଗଳବାର ସକାଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ସ୍ଥାନୀୟ ହସ୍ପିଟାଲରେ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା । ଗୌରହରିଙ୍କ ପରିବାର ପକ୍ଷରୁ ପୋଲିସ୍ ମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରାଯାଇଛି । ଏହାସହ ଥାନା ଅଧିକାରୀଙ୍କୁ ନିଲମ୍ବନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ମୁଖ୍ୟରାସ୍ତା ଅବରୋଧ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।