Advertisment

ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ତ୍ରିଲୋଚନ କାନୁନଗୋ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।

ଅଦ୍ୟତନ ହୋଇଛି
Former MP Trilochan Kanungo

Former MP Trilochan Kanungo

Advertisment

ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ  ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।

Advertisment

ତ୍ରିଲୋଚନ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ସକାଳ ପ୍ରାୟ ୭ଟାରେ ସମୟରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।

ତ୍ରିଲୋଚନ କାନୁନଗୋ କଟକ ପୌରପାଳିକାର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭାବେ ଭୂମିକା ନିର୍ବାହ କରୁଥିଲେ। ଏହାସହ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ସେ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।

Advertisment

ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ କଟକର ଶେଖ୍ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ।

ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ବିଭିନ୍ନ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି।  ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି। ସେ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି, ମୋ ପାଇଁ ଏହା ବ୍ୟକ୍ତିଗତ ଭାବେ ଏକ ବଡ କ୍ଷତି । ସେ ଜଣେ ବିଜ୍ଞ ବ୍ୟକ୍ତି ଥିଲେ। ତାଙ୍କର ପରାମର୍ଶ ଓ ଉପଦେଶ ଗୁଡ଼ିକରୁ ମୁଁ ବହୁତ ଉପକୃତ ହୋଇଛି। 

Jagatsinghpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe