ଯାଜପୁର (ଗୁଲାମ ଗସ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ପୁଲିସକୁ ଆଜି ବଡ଼ ସଫଳତା ମିଳିଛି। ପୁଲିସ ୧୧ ଜଣିଆ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏଥିସହ ସେମାନଙ୍କ ନିକଟରୁ ନଗଦ ୫ ଲକ୍ଷ ୮୯ ହଜାର ଶହେ ଟଙ୍କା, ୭୬ ଗ୍ରାମ ସୁନା, ୧୨ କେଜି ରୁପା, ଗୋଟିଏ ବନ୍ଧୁକ, ବିଭିନ୍ନ ମାରଣାସ୍ତ୍ର, ୧୧ଟି ମୋଇବାଇ, ୪ଟି ବାଇକ ଜବତ ହୋଇଛି।
ଗତ ୬ ତାରିଖରେ ଧର୍ମଶାଳା ଥାନା ବ୍ରହ୍ମବରଦାରେ ଜଣେ ଗହଣା ବ୍ୟବସାୟୀ ଦୋକାନବନ୍ଦ କରି ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ୩ ଜଣ ଡକାୟତ ଭୁଜାଲିରେ ତାଙ୍କୁ ଆକ୍ରମଣ କରି ସୁନା, ରୁପା ଓ ନଗଦ ଟଙ୍କା ଲୁଟି ଫେରାର ହୋଇଯାଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।
ଏହି ଘଟଣାରେ ପୁଲିସ କଟକ, କେନ୍ଦ୍ରାପଡ଼ା ଓ ଅନ୍ୟ ଜିଲ୍ଲାରେ ଚଢ଼ଉ କରି ୧୧ ଜଣ ଡକାୟତଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ରହିଛି। ସମସ୍ତ ଗିରଫ ଡକାୟତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ଯାଜପୁର ଏସ୍ପି ଚରଣ ସିଂ ମୀନା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ
୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।