Advertisment

ଶବ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା ଭିଜିଲାନ୍ସ

କଥାବାର୍ତ୍ତା ସମୟରେ ଡାକ୍ତରଖାନାର ସିକ୍ୟୁରିଟି ଗାର୍ଡ ଅଭିରାମ କାଣ୍ଡିଙ୍କ ମାଧ୍ୟମରେ ଡାକ୍ତର ସେଠୀ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
Vigilance

Vigilance

Advertisment

ଭିଜିଲାନ୍ସ ଜାଲରେ ପଡ଼ିଲେ ଡାକ୍ତର ଓ ସିକ୍ୟୁରିଟି ଗାର୍ଡ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ। ଶବ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ଲାଞ୍ଚ ନେଉଥିବା ବେଳେ ଉଭୟଙ୍କୁ ଭିଜିଲାନ୍ସ ଧରିଛି। ଲାଞ୍ଚ ନେବା ଅଭିଯୋଗରେ ଡାକ୍ତର ଓ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ଅଟକ ରଖି ଜେରା କରୁଛି। ଏପରି ଅଭିଯୋଗ ଆସିଛି ଯାଜପୁର ଜିଲ୍ଲାରୁ।

Advertisment

ମାର୍ଚ୍ଚ ୩୧ ତାରିଖରେ ଦାନଗଦି ଅଞ୍ଚଳରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯାଇଥିଲା। ହେଲେ ମୃତକଙ୍କ ପରିବାର ଲୋକଙ୍କୁ ଶବ ବ୍ୟବଚ୍ଛେଦ ରିପୋର୍ଟ ଦିଆଯାଉନଥିଲା। ମୃତକଙ୍କ ପୁଅ ବାରମ୍ୱାର ଦାନଗଦି ସିଏଚସି ଆସି ନିରାଶ ହୋଇ ଫେରୁଥିଲେ। ପରେ ମେଡ଼ିକାଲ୍‌ର ଡାକ୍ତର ପବିତ୍ର କୁମାର ସେଠୀଙ୍କ ସହିତ ଯୋଗାଯୋଗ କରିଥିଲେ। କଥାବାର୍ତ୍ତା ସମୟରେ ଡାକ୍ତରଖାନାର ସିକ୍ୟୁରିଟି ଗାର୍ଡ ଅଭିରାମ କାଣ୍ଡିଙ୍କ ମାଧ୍ୟମରେ ଡାକ୍ତର ସେଠୀ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।

ମୃତକଙ୍କ ପୁଅ ଏନେଇ କଟକ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଆଜି ମୃତକଙ୍କ ପୁଅ ଲାଞ୍ଚ ଟଙ୍କା ଦେଉଥିଲେ। ଠିକ୍‌ ସେହି ସମୟରେ ସେଠାରେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ସିକ୍ୟୁରିଟି ଗାର୍ଡ ଶ୍ରୀ କାଣ୍ଡି ଓ ଡାକ୍ତର ସେଠୀଙ୍କୁ ଧରିଥିଲେ। ଏପରିକି ସେମାନଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିଲେ। ଉଭୟଙ୍କ ଅଟକ ରଖି ଜେରା କରାଯାଉଛି।

Advertisment

ରିପୋର୍ଟ-ଯାଜପୁରରୁ ଜନ୍ମେଜୟ ଦାଶ

Vigilance Raid Jajpur Vigilance Odisha Vigilanace
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe