ଜଳ ସମସ୍ୟା: ଗ୍ରାମାଞ୍ଚଳ ପାନୀୟଜଳ ଯୋଗାଣ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟରେ ଜଳ ସଙ୍କଟ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀ। ଲୋକଙ୍କ ଜଳକଷ୍ଟ ସମାଧାନ ନେଇ ଅଧିକ ସଂଖ୍ୟକ ମୋବାଇଲ ଭ୍ୟାନ୍‌ ନିୟୋଜିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ଓ ଜଳ ପ୍ରକଳ୍ପର ମରାମତି ଓ ରକ୍ଷଣାବେକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ […]

water-problem

Rakesh Mallick
  • Published: Sunday, 03 April 2016
  • , Updated: 03 April 2016, 04:43 AM IST

ଭୁବନେଶ୍ୱର: ରାଜ୍ୟରେ ଜଳ ସଙ୍କଟ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀ। ଲୋକଙ୍କ ଜଳକଷ୍ଟ ସମାଧାନ ନେଇ ଅଧିକ ସଂଖ୍ୟକ ମୋବାଇଲ ଭ୍ୟାନ୍‌ ନିୟୋଜିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ସମସ୍ତ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ଓ ଜଳ ପ୍ରକଳ୍ପର ମରାମତି ଓ ରକ୍ଷଣାବେକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ନୂଆ ନଳକୂପ ଓ ଗଭୀର ନଳକୂପ ଖନନ ମାର୍ଚ୍ଚରୁ ଜୁନ ମଧ୍ୟରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related story